ଭୁବନେଶ୍ଵର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାର ପଦମପୁରରେ ଏବଂ ରାୟଗଡ଼ା ଜିଲ୍ଲାର ପଦ୍ମପୁରରେ ସର୍ବାଧିକ ୧୧୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଢ଼େଙ୍କାନାଳ ଜିଲ୍ଲାର କଙ୍କଡାହାଡରେ ୧୦୯.୬ ମି.ମି., ସୋନପୁର ଜିଲ୍ଲାର ସୋନପୁରରେ ୧୦୮.୮, ବୌଦ୍ଧ ଜିଲ୍ଲାର ଖଇରମାଳରେ ୯୭.୮, ସମ୍ବଲପୁର ଜିଲ୍ଲାର ବାମରାରେ ୯୭.୪, ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ୯୩.୮, ଭଦ୍ରକ ଜିଲ୍ଲାର ଆଖୁଆପଦାରେ ୮୯.୮, ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୭୫.୨, ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୭୫.୦, ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୭୦.୦, ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୬୮.୦ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୬୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।