ଭୁବନେଶ୍ଵର : ଗତ ୨୪ ଘଣ୍ଟାରେ କୋରାପୁଟ ଜିଲ୍ଲାର ସିମିଳିଗୁଡା ଠାରେ ସର୍ବାଧିକ ୨୦୮.୦ ମି.ମି. ବର୍ଷା ରେକର୍ଡ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ଜୟପୁରରେ ୧୬୧.୭ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୧୪୬.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟ ସହରରେ ୧୦୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଞ୍ଜାମ ଜିଲ୍ଲାର ଆସିକାରେ ୯୬.୮ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୮୮.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୮୭.୨ ମି.ମି., ଗଞ୍ଜାମ ଜିଲ୍ଲାର ଧରାକୋଟରେ ୬୭.୦ ମି.ମି., ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ାରେ ୬୬.୨ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୬୫.୦ ମି.ମି., ରାୟଗଡ଼ା ଜିଲ୍ଲାର କୋତ୍ରାଗୁଡ଼ାରେ ୬୪.୦ ମି.ମି, କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୬୦.୦ ମି.ମି. ଏବଂ ନୂଆପଡ଼ା ଜିଲ୍ଲାର ସିନାପାଲିରେ ୫୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।