ଭୁବନେଶ୍ଵର : ୨୫ ସେପ୍ଟେମ୍ବର ବେଳକୁ ପଶ୍ଚିମ ରାଜସ୍ଥାନ ଅଂଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି । ତେଣୁ ମୌସୁମୀ ଫେରିଯିବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।