ଭୁବନେଶ୍ୱର, 24 ଏପ୍ରିଲ – ଆସନ୍ତା ମେ ୬ ତାରିଖରୁ ଓଜେଇଇ ପରୀକ୍ଷା ଆରମ୍ଭ ହେବ । ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ । ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ । ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ ୨ଟା, ଏବଂ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ଏହି ପରୀକ୍ଷା ଚାଲିବ । ପରୀକ୍ଷା କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମାଧ୍ୟମରେ ହେବ ।
