ଭୁବନେଶ୍ୱର : ୧୦ ଦଫା ଦାବି ନେଇ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗନବାଡି କର୍ମୀ । ଶୁକ୍ରବାର ଦିନ ଶହଶହ ଅଙ୍ଗନବାଡି କର୍ମୀ ରାଜଧାନୀର ଲୋୟର୍ ପିଏମଜିରେ ବସି ଆନ୍ଦୋଳନ କରୁଛନ୍ତି । ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି ସହାୟିକାଙ୍କୁ ୯ହଜାର ଟଙ୍କା ଦରମା ଦେବାକୁ ଦାବି ହୋଇଛି । ସେହିପରି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଅନୁସାରେ ଗ୍ରାଚ୍ୟୁଇଟି ପ୍ରଦାନ କରିବା, ଗ୍ରୀଷ୍ମ ଛୁଟି ପ୍ରଦାନ କରିବା , ଗାଁ କଲ୍ୟାଣ ସମିତିରୁ ଅଙ୍ଗନବାଡି କର୍ମୀଙ୍କୁ ବାଦ୍ ଦିଆଯିବାକୁ ମଧ୍ୟ ଦାବି କରାଯାଇଛି । ଅଙ୍ଗନବାଡି କର୍ମୀଙ୍କୁ ଶିକ୍ଷୟିତ୍ରୀ ମାନ୍ୟତା ଦାବି ସହ ଅବସରକାଳୀନ ସହାୟତା ଓ ୫ହଜାର ପେନସନ ଦାବି କରିଛନ୍ତି ।