ଭୁବନେଶ୍ୱର : ଗାନ୍ଧୀ ଜୟନ୍ତୀ ଅବସରରେ ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ଯ୍ୟାଳୟ, ଭୁବନେଶ୍ୱର ଦ୍ୱାରା ପରଚାଳିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିର ଗୀତ ଗୋବିନ୍ଦ ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ କଲ୍ୟାଣ ବୋର୍ଡ ଅଧୀନରେ ପଂଜିକୃତ ୭୨ଜଣ ଶ୍ରମିକଙ୍କ ଉତରାଧିକାରୀ/ମନୋନିତ ବ୍ୟକ୍ତିଙ୍କୁ ମୃତ୍ୟୁକାଳୀନ ଓ ଅନ୍ତେଷ୍ଟିକ୍ରୀୟା ସହାୟତା ବାବଦରେ ୭୫,୭୦,୦୦୦/-.ଟଙ୍କା, ବିବାହକାଳୀନ ସହାୟତା ବାବଦରେ ୭୨ ଜଣଙ୍କୁ ୩୪,୫୦,୦୦୦/-ଟଙ୍କା ସହାୟତା ରାଶି, ଶିକ୍ଷା ସହାୟତା ବାବଦରେ ୧୦୭ ଜଣଙ୍କୁ ୭,୬୭,୦୦୦./- ଟଙ୍କା, ପ୍ରସବକାଳୀନ ସହାୟତା ବାବଦରେ ୮ ଜଣଙ୍କୁ ୮୦,୦୦୦/-, ସର୍ବମୋଟ ୨୫୯ ଜଣଙ୍କୁ ୧,୧୮,୬୭,୦୦୦/- ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହା ଶିବିରରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତାସ୍ନିଟା ମିଶ୍ର, ମୁଖ୍ୟ ଅତିଥି ଏବଂ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶାର ଶ୍ରମ ଆୟୁକ୍ତ ଡାକ୍ତର ଏନ .ତିରୁମାଲା. ନାୟକ ଓ ଅତିରିକ୍ତ ଶ୍ରମ ଆୟୁକ୍ତ ନୀଳାମ୍ବର ମିଶାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ୨୪୩ ଜଣ ନୂତନ ଭାବେ ପଂଜିକୃତ ନିର୍ମାଣ ଶ୍ରମିକଙ୍କୁ ପରିଚୟପତ୍ର ବଂଟନ କରାଯାଇଥିଲା । ଏହି ଶିବିରକୁ ପ୍ରଭଗୀୟ ଶ୍ରମ ଆୟୁକ୍ତ, ଭୁବନେଶ୍ୱର ପ୍ରଣବ କୁମାର ପାତ୍ର ପରିଚାଳନା କରିଥିଲେ । ସହକାରୀ ଶ୍ରମ ଅଧିକାରୀ ପ୍ରଭାକର ବିଶ୍ୱାଳ ସ୍କିମ ବିଷୟରେ ଶ୍ରମିକମାନଙ୍କୁ ଅବଗତ କରାଇଥିଲେ । ସହକାରୀ ଶ୍ରମ ଅଧିକାରୀ ରଶ୍ମିତା କୁମାରୀ ପାତ୍ର, ବିକାଶ କୁମାର ନାୟକ ଏବଂ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତ ଓ ଡାଟା ଏଂଟ୍ରି ଅପରେଟର ଶିବ ପ୍ରସାଦ ମହାପାତ୍ର ଯୋଗଦେଇଥିଲେ । ପରିଶେଷରେ ପିପାସା ମହାପାତ୍ର, ସହକାରୀ ଶ୍ରମ ଅଧିକାରୀ, ଭୁବନେଶ୍ୱର ଧନ୍ୟବାଦ ଅର୍ପଣ କରିଥିଲେ ।