ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଜୋରାମରେ ଘଟିଥିବା ପୋଲ ଦୁର୍ଘଟଣାରେ ଲୋକଙ୍କ ଜୀବନ ହାନି ପାଇଁ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି ।
ପିଏମଏନଆରଏଫରୁ ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:
ମିଜୋରାମ ଦୁର୍ଘଟଣା ପାଇଁ ଦୁଃଖିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ଲୋକଙ୍କ ଉଦ୍ଧାର ଅଭିଯାନ ଜାରି ରହିବା ଏବଂ ସବୁ ପ୍ରକାର ସହାୟତା ପାଇଁ ଯଥା ସମ୍ଭବ ଚେଷ୍ଟା ଚାଲିଛି ।
ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’