ଭୁବନେଶ୍ଵର : ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତର-ଓଡିଶା ତତ-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଂଚଳରେ ସକ୍ରିୟ ରହିଛି । ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତିକରି ଉତର ଓଡିଶା -ଉତର ଛତିଶଗଡ ମୁହାଁ ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ଲାଗିରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ସମ୍ବଲପୁର, ଢ଼େଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ।
ସେହିପରି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର ଏବଂ ମୟୂରଭଞ୍ଜ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।