ଆଗାମୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପଂଚମରୁ ସପ୍ତମ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ବନପୁରରେ ସର୍ବାଧିକ ୧୦୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୯୬.୬ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୫୪.୦ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୪୮.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୩୮.୦ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୨୦.୦ ମି.ମି., ସମ୍ବଲପୁର ଜିଲ୍ଲାର ଧାନକଉଡ଼ାରେ ୧୮.୨ ମି.ମି. ଏବଂ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ୧୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ଭୁବନେଶ୍ୱର:- ଆଗାମୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପଂଚମରୁ ସପ୍ତମ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ।