ଭୁବନେଶ୍ୱର : ଅଜଣା ଗାଡି ଧକ୍କାରେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡ଼ା ଲଖନପୁର ବ୍ଲକ ଅନ୍ତର୍ଗତ ରମ୍ପେଲା-ତିଲିଆ ଛକରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଗାଡିଟି ଫେରାର ହୋଇଯାଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତକଙ୍କ ପରିବାରକୁ ବୁଝାସୁଝା କରୁଛି । ମୃତକ ସ୍ଥାନୀୟ ଏକ କମ୍ପାନୀରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ ।