
ଭୁବନେଶ୍ୱର, 28 ଫେବୃଆରୀ – ଜିଲ୍ଲାପାଳ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ମୟୂରଭଂଜ ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ବାଲେଶ୍ୱର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ କଟକ ମହାନଗର ନିଗମର କମିଶନର ହୋଇଥିବା ବେଳେ ସିଏମସି କମିଶନର ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ବାଲେଶ୍ୱର ଜିଲ୍ଲାପାଳ ଦତାତ୍ରୟ ଭାଉସାହେବ ସିନ୍ଦେ ଙ୍କୁ ମୟୂରଭଂଜ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।