ଭୁବନେଶ୍ୱର, 26 ଜୁଲାଇ – ଲଘୁଚାପ ବର୍ଷାରେ ଉତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିବାର ସମ୍ଭାବନା ରହିଛି । ତେଣୁ ଉତର ଓଡ଼ିଶା ସହ ୧୩ ଜିଲ୍ଲାକୁ ସଜାଗ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି ) ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଏସଆରସି ୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର ,ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।