ଭୁବନେଶ୍ୱର, 24 ଅକ୍ଟୋବର –ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ କରିବା ପରେ ସାମାନ୍ୟ ରିକର୍ଭ କରିପାରେ । ଏହା ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଅଞ୍ଚଳରେ ଟିକେ ରିକର୍ଭ କରିପାରେ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ସେ କହିଛନ୍ତି ଯେ, ଯେ, ଏହାର ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ତେବେ ଲ୍ୟାଣ୍ଡଫଲ ଓ ପବନର ବେଗ ନେଇ ପୂର୍ବ ଆକଳନ ଅପରିବର୍ତ୍ତିତ ରହିଛି।
ସେ କହିଛନ୍ତି ଯେ, ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା ହେବ । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ ଓ ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ବାତ୍ୟା କେନ୍ଦ୍ରୀଭୂତ ରହିଛି । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହାଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ । ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା ରେ ଭୀଷଣ ବର୍ଷା ହେବ । କାଲିଠୁ ଆଭ୍ୟନ୍ତରୀଣ ଓଡିଶା ର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ବାତ୍ୟାର ଅଂଶ ଅତିକ୍ରମ କରିବ । ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳରେ ବି ବର୍ଷା ହେବ ।