ଭୁବନେଶ୍ବର, 21 ସେପ୍ଟେମ୍ବର – ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ବରିଷ୍ଠ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ସେହି ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ପୂର୍ବରୁ ଶ୍ରୀ ମାର୍ଣ୍ଡି ମଧ୍ୟ ସେହି ବିଭାଗର ଦାୟିତ୍ବରେ ଥିଲେ। ମାତ୍ର ପରେ ତାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ହଟାଯାଇଥିଲା। ଏହାପରେ ସେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।