ଭୁବନେଶ୍ଵର, ୯ ଅପ୍ରେଲ – କାଳବୈଶାଖୀ ବର୍ଷା ସହ ପବନ ରାଜ୍ୟରେ ତାପମାତ୍ରା ବୃଦ୍ଧିରେ ଅଙ୍କୁଶ ଲଗାଇଛି । ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ । ୧୩ ତାରିଖ ପରଠାରୁ ରାଜ୍ୟରେ ପଶ୍ଚିମ ତଥା ଉତରପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରାରେ ଦୃଷ୍ଟାନ୍ତମୂଳକ ବୃଦ୍ଧି ସମ୍ଭାବନା ରହିଛି ତଥା କିଛି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ଅଂଚଳରେ ପାରଦ ୪୦ ଡ଼ିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
