ଭୁବନେଶ୍ଵର, ୨୨ ଅକ୍ଟୋବର – ସମ୍ଭାବ୍ୟ ବାତ୍ୟା ଦାନା ପ୍ରଭାବରେ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବାତ୍ୟା ଦାନା ପ୍ରଭାବକୁ ଦୃଷ୍ଟିରେ ରଖି ୨୩ ତାରିଖରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୪ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର । ଏସବୁ ଜିଲ୍ଲାର କେତେକ ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଏବଂ ଗଜପତି । ଏସବୁ ଜିଲ୍ଲାର କେତେକ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ଭାବେ ଭୀଷଣ ବର୍ଷା ନେଇ ୨୫ ତାରିଖ ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୪ ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ । ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ।
ସେହିପରି ୨୬ ତାରିଖରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।