ଭୁବନେଶ୍ୱର : ସାପ କାମୁଡାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲିଗୁଡାରେ । ତୁମୁଡ଼ିବନ୍ଧ ବ୍ଳକ ଅନ୍ତର୍ଗତ କରୁକୁଡୁପା ପଞ୍ଚାୟତର ସର୍କୀ ମାଝୀଙ୍କ ପୁଅ ସାକେତା ମାଝୀ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ କାମୁଡି ଦେଇଥିଲା । ଏହାପରେ ପରିବାର ଲୋକେ ସାକେତାଙ୍କୁ ଆମ୍ବୁଲାନ୍ସ ଯୋଗେ ତୁମୁଡିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ମାତ୍ର ସାକେତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଥିଲା । କିନ୍ତୁ ମେଡିକାଲରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।